
ଚମ୍ପୁଆ/୦୩/୦୪ – ଡେଥ୍ ଜୋନ୍ ପାଲଟିଛି ଚମ୍ପୁଆ ଥାନା ଅର୍ନ୍ତଗତ ୫୨୦ ନମ୍ବର ଜାତୀୟ ରାଜପଥ। ରିମୁଳି ଠାରୁ ନାରଦପୁର ମଧ୍ୟରେ ଅନେକ ସମୟରେ ଦୁର୍ଘଟଣା ଘଟି ବହୁ ଧନଜୀବନ ହାନି ହେବା ଏକ ନୀତି ଦିନିଆ ଘଟଣାରେ ପରିଣତ ହୋଇସାରିଛି ।
ଗତ ରାତିରେ ପୁଣି ଏକ ଦୁର୍ଘଟଣାରେ ଜଣଙ୍କ ଜୀବନ ଯାଇଛି । ଗତ ରାତି ପ୍ରାୟ ୯ଟା ସମୟରେ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍ ଚାଳକ ମୃତ୍ୟୁ ବରଣ କରିଛନ୍ତି । ମୃତକ, ଅମଳାନିଗୋଡା ଗ୍ରାମର ପୁରଞୟ ମହାନ୍ତ । ପୁରଞୟ ଯୋଡ଼ାରୁ ଡ୍ୟୁଟି ସାରି ନିଜ ବାଇକ୍ ଯୋଗେ ଘରକୁ ଫେରୁଥିବା ବେଳେ ନାରଦ ପୁର ତଡୁଆବାହାଳ ମଧ୍ୟରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ସେଠାରୁ ପଳାଇ ଯାଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ ହେଁ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ ରିମୁଳି ଫାଣ୍ଡି ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ବାଇକଟିକୁ ଜବତ୍ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ମୃତ ଦେହକୁ ଚମ୍ପୁଆ ଉପଖଣ୍ଡ ଡ଼ାକ୍ତରଖାନାକୁ ପଠାଇ ତଦନ୍ତ ଆରମ୍ଭ କରିଛନ୍ତି ।