ରାଜ୍ୟ

ମତଦାନ ପାଇଁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର ।

ଭୁବନେଶ୍ୱର/୦୪/୦୩ – ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ପାଖେଇ ଆସୁଛି। ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ବେଳେ ଓଡ଼ିଶାରେ ୪ ଟି ପର୍ଯ୍ୟାୟରେ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ । ଏହାକୁ ଦୃଷ୍ଟିରେ ରଖି ସମସ୍ତ ୪ ଟି ଯାକ ପର୍ଯ୍ୟାୟରେ ସରକାରୀ କର୍ମଚାରୀମାନଙ୍କ ପାଇଁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ରାଜ୍ୟ ସରକାରଙ୍କ ଅଧିନରେ କାମ କରୁଥିବା ସମସ୍ତ ସରକାରୀ କର୍ମୀଚାରୀ ଏବଂ କୋର୍ଟ କର୍ମଚାରୀଙ୍କ ପାଇଁ ମତଦାନ ଦିନ ଛୁଟି ଘୋଷଣା କରାଯାଇଛି। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ଓଡିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ମେ’ ୧୩ ତାରିଖରେ ହେବାକୁ ଥିବା ବେଳେ,  ମେ’ ୨୦, ୨୫ ଏବଂ ଜୁନ୍‌ ୧ ତାରିଖ ଏହିପରି ୪ଟି ପର୍ଯ୍ୟାୟରେ  ମତଦାନ କରାଯିବ। ତେଣୁ ସରକାରୀ କର୍ମଚାରୀଙ୍କୁ ପର୍ଯ୍ୟାୟକ୍ରମେ ଭୋଟ ଦେବା ଉଦ୍ଦେଶ୍ୟରେ ଏହି ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । 

ମେ’ ୧୩ ରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଏବଂ କୋରାପୁଟ ସଂସଦୀୟ କ୍ଷେତ୍ର, ଓ ମେ’ ୨୦ରେ ବରଗଡ, ସୁନ୍ଦରଗଡ, ବଲାଙ୍ଗୀର, କନ୍ଧମାଳ ଏବଂ ଆସ୍କାର ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଛୁଟି ଘୋଷଣା କରାଯାଇଥିବା ବେଳେ, ମେ’ ୨୫ରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱରର ଏବଂ ଜୁନ ୧ ତାରିଖରେ  ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଲୋକସଭା ସଂସଦୀୟ କ୍ଷେତ୍ରର ସମସ୍ତ ସରକାରୀ କର୍ମଚାରୀଙ୍କୁ ଛୁଟି ପ୍ରଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Show More

ସମ୍ବନ୍ଧୀୟ ଖବର

Back to top button