
ପାଟଣା/୦୭/୦୪ – କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ବାରଡାଙ୍ଗୁଆ ଗ୍ରାମ୍ୟ ଜଙ୍ଗଲରେ ନିଆଁ ଲାଗି ହୁହୁ ହୋଇ ଜଳୁଛି ଜଙ୍ଗଲ । ଜଙ୍ଗଲରେ ନିଆଁ ଲାଗିଥିବାରୁ ଜଙ୍ଗଲ ପାଖରେ ଥିବା ଗାଁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି । ଘଟଣା ସ୍ଥଳରେ ବନ କର୍ମଚାରୀ ପହଁଞ୍ଚି ନିଆଁକୁ ଲିଭାଇବାକୁ ଉଦ୍ୟମ ଜାରି ରଖିଥିଲେ ମଧ୍ୟ ନିଆଁ ଅଣାୟତ ସ୍ଥିତିରେ ରହିଛି। ନିଆଁ ଲାଗିବା କାରଣ ଅସ୍ପଷ୍ଟ ଥିବା ବେଳେ କେହି ଦୁର୍ବୁତ୍ତ ଜଙ୍ଗଲରେ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି ।
