କେନ୍ଦୁଝରଜିଲ୍ଲାରାଜ୍ୟ

ଏପ୍ରିଲ ୨୫ ତାରିଖ ଠାରୁ ଗ୍ରୀଷ୍ମ ଛୁଟି ।

ଏପ୍ରିଲ ୨୨ରୁ ୨୪ ତାରିଖ, ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଖୋଲା ରହିବ ବିଦ୍ୟାଳୟ ।

ଭୁବନେଶ୍ୱର/୨୧/୦୪/ – ସମ୍ଭାବ୍ଯ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ଏପ୍ରିଲ ୨୫ ତାରିଖ ଗୁରୁବାର ଠାରୁ ରାଜ୍ୟ ସରକାର  ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି। ଅନ୍ୟପଟେ ଏପ୍ରିଲ ୨୨, ୨୩ ଓ ୨୪ ତାରିଖ, ସୋମବାରରୁ ବୁଧବାର ପର୍ଯ୍ୟନ୍ତ ଏହି ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଖୋଲା ରହିବ।

ତେବେ ଗ୍ରୀଷ୍ମ ଛୁଟି ସମୟରେ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀ,  ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଦ୍ୟାଳୟ ପରିଚାଳନା କରାଯିବ ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଉଲ୍ଲେଖ କରାଯାଇଛି।

Show More

Related Articles

Back to top button