
ଭୁବନେଶ୍ଵର, ୨୬/୦୪ – ଓଡିଶାରେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁନ୍ଦରଗଡ, ବରଗଡ, ବଲାଙ୍ଗୀର, କନ୍ଧମାଳ, ଆସିକା, ଏହି ୫ ଟି ଲୋକସଭା କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା ଆସନରେ ନିର୍ବାଚନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ମେ ୨୦ରେ ଏସବୁ ଆସନରେ ମତଗ୍ରହଣ କରାଯିବ । ମେ ୩ ଯାଏଁ ପ୍ରାର୍ଥୀମାନେ ସେମାନଙ୍କର ପ୍ରାର୍ଥୀ ପାଟ୍ର ଦାଖଲ କରିପାରିବେ। ମେ ୪ରେ ନାମାଙ୍କନ ପତ୍ର ଯାଞ୍ଚ ଓ ମେ ୬ ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରାଯାଇପାରିବ।
ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରର ବଣାଇ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ କରାଯିବ। ଅନ୍ୟ ସମସ୍ତ ୬ଟି ବିଧାନସଭା କ୍ଷେତ୍ର ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲି, ରାଉରକେଲା, ରାଜଗାଙ୍ଗପୁରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ମତଗ୍ରହଣ କରାଯିବ ।
ବରଗଡ଼ ଲୋକସଭା କ୍ଷେତ୍ରର ପଦ୍ମପୁର ବିଧାନସଭା କ୍ଷେତରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଏବଂ ଅନ୍ୟ ୬ଟି ବିଧାନସଭା କ୍ଷେତ୍ର ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର ଓ ଝାରସୁଗୁଡ଼ାରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ଦାନ କରିବା ପାଇଁ ସମୟ ଧାର୍ଯ୍ୟ ହୋଇଛି ।
ବଲାଙ୍ଗିର ସଂସଦୀୟ କ୍ଷେତ୍ର ଅଧିନ ପାଟଣାଗଡ଼ ବିଧାନସଭା କ୍ଷେତ୍ରର ୧୭ଟି ପୋଲିଂ ବୁଥରେ ସକାଳ ୭ଟାରୁ ୪ଟା ଓ ଅନ୍ୟ ପୋଲିଂ ବୁଥ ଗୁଡ଼ିକରେ ସକାଳ ୭ଟାରୁ ୫ଟା ଯାଏଁ ଭୋଟ ହେବ। କଣ୍ଟାବାଞ୍ଜିର ୧୩ଟି ପୋଲିଂ ବୁଥରେ ସକାଳ ୭ଟାରୁ ୪ଟା ଓ ଅନ୍ୟ ପୋଲିଂ ବୁଥ ମାନଙ୍କରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ଯାଏଁ ମତ ଗ୍ରହଣ କରାଯିବ । ଅନ୍ୟ ୫ଟି ବିଧାନସଭା କ୍ଷେତ୍ର ବଲାଙ୍ଗିର, ଟିଟିଲାଗଡ଼, ବୀରମହାରାଜପୁର, ସୋନପୁର, ଲୋଇସିଂହାରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ଭୋଟିଂ କରାଯିବ ।
କନ୍ଧମାଳ ସଂସଦୀୟ କ୍ଷେତ୍ରର ଭଂଜନଗରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ହେବାକୁ ଥିବାବେଳେ, ଦଶପଲ୍ଲାରେ ସକାଳ ୭ଟାରୁ ଅପରାହ୍ଣ ୫ଟା, ବୌଦ୍ଧ ଓ କଣ୍ଟାମାଳରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ହେବ । ବାଲିଗୁଡ଼ାର ୧୫ ଗୋଟି ପୋଲିଂ ବୁଥାରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ଏବଂ ବାକି ପୋଲିଂ ବୁଥ ଗୁଡ଼ିକରେ ସକାଳ ୭ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ଜି ଉଦୟଗିରିର ୮ଟି ପୋଲିଂ ଷ୍ଟେସନରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ଓ ଅନ୍ୟ ବୁଥ ମାନଙ୍କରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଭୋଟ ଗ୍ରହଣ ହେବ। ଫୁଲବାଣୀର ୨୩ ପୋଲିଂ ଷ୍ଟେସନରେ ସକାକ ୭ଟାରୁ ସନ୍ଧ୍ୟା ୫ଟା ଓ ଅନ୍ୟ ପୋଲିଂ ବୁଥରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ଗ୍ରହଣ ହେବ ।
ଆସିକା ଲୋକସଭା କ୍ଷେତ୍ରରେ ରହିଥିବା ସମସ୍ତ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟଗ୍ରହଣ ପାଇଁ ସମୟ ଧାର୍ଯ୍ୟ କରାଯାଇଛି ।