ରାଜନୀତିରାଜ୍ୟ

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନପାଇଁ ବିଦ୍ଧିବଦ୍ଧ ବିଜ୍ଞପ୍ତି ପ୍ରକାଶ

ଜାଣନ୍ତୁ କେତେବେଳେ କେଉଁଠି ହେବ ଭୋଟଗ୍ରହଣ

ଭୁବନେଶ୍ବର, ୨୯/୦୪ – ରାଜ୍ୟରେ ମେ’ ୨୫ ତାରିଖରେ ହେବାକୁଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନପାଇଁ ଆଜି ବିଦ୍ଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଏବଂ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି ।

ଏହି ସବୁ ଆସନ ପାଇଁ ଆଜିଠୁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇ ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ। ମେ’୭ରେ ନାମାଙ୍କନପତ୍ର ଯାଞ୍ଚ ଓ ମେ’୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଧାର୍ଯ୍ୟ କରାଯାଇଛି । ଏହାପରେ ମେ’ ୨୫ ତାରିଖରେ ଭୋଟ ଗ୍ରହଣ ହେବ।

କେନ୍ଦୁଝର, କଟକ, ଭୁବନେଶ୍ୱର,  ପୁରୀ ଏବଂ ଢେଙ୍କାନାଳ ଲୋକସଭା କ୍ଷେତ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ୍ ଗ୍ରହଣ କରାଯିବ। ଅନ୍ୟପଟେ ସମ୍ବଲପୁର ଲୋକସଭା ଅଧିନ କୁଚିଣ୍ଡା, ରେଢାଖୋଲରେ ସକାଳ ୭ଟାରୁ ୪ଟା, ଦେବଗଡ଼ରେ ସକାଳ ୭ଟାରୁ ଅପରାହ୍ଣ ୫ଟା, ରେଙ୍ଗାଲି, ସମ୍ବଲପୁର, ଛେଣ୍ଡିପଦା, ଆଠମଲ୍ଲିକରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ୍ ସମୟ ନିର୍ଦ୍ଦାରଣ କରାଯାଇଛି।

Show More

Related Articles

Back to top button