
ବିଜେଡି ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ : ପ୍ରଣବ ପ୍ରକାଶ ଦାସ
ଭୁବନେଶ୍ବର/୨୨/୦୩ – ବିଜେପି ଏକାକୀ ଲଢିବା ନେଇ ମନମୋହନଙ୍କ ପୋଷ୍ଟ ପରେ ବିଜେଡି ର ସଙ୍ଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ‘X’ ରେ ପୋଷ୍ଟ । ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ସମସ୍ତ ୨୧ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବା ସହିତ ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ ବୋଲି ସେ ନିଜ ପୋଷ୍ଟର ଉଲ୍ଲେଖ କରିଛନ୍ତି ।
ପ୍ରଣବ ନିଜ ପୋଷ୍ଟରେ ଲେଖିଲେ ….
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି।
ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ସମସ୍ତ ୨୧ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବା ସହିତ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ।
ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ (Cooperative Federalism) ଓ ରାଷ୍ଟ୍ରନୀତିଜ୍ଞତା (Statesmanship) ମନୋଭାବ ସହିତ ଓଡ଼ିଶାବାସୀଙ୍କୁ ସବୁବେଳେ ଆଗଧାଡ଼ିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ।
ନୂତନ ଓ ସଶକ୍ତ ଓଡ଼ିଶା ଆମର ଲକ୍ଷ୍ୟ ହେବ ଏବଂ ଆମର ଲୋକପ୍ରିୟ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆମେ ଏହାକୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ।