ରାଜନୀତି

ବିଜେପିରେ ମିଶିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ ।

ନୂଆଦିଲ୍ଲୀ/୨୮/୦୩ – କଟକ ସାଂସଦ ତଥା ପୂର୍ବତନ ବିଜେଡି ନେତା ଭର୍ତ୍ତୃହରି ମହତାବ, ଅଭିନେତା ତଥା ପୂର୍ବତନ ଲୋକସଭା ସାଂସଦ ସିଦ୍ଧାନ୍ତ ମହାପାତ୍ର ଏବଂ ସାହିତ୍ୟିକ, ସମାଜସେବୀ ତଥା ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ପ୍ରଫେସର ଦମୟନ୍ତୀ ବେଶ୍ରା ଆଜି ବିଦ୍ଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଗୁରୁବାର ଅପରାହ୍ନ ୩ଟାରେ ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ସାଧାରଣ ସଂପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ମନମୋହନ ସାମଲ ଓ ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କ ଉପସ୍ଥିତିରେ ତିନିଜଣ ଦଳରେ ଯୋଗ ଦେଇଛନ୍ତି ।

ଭର୍ତ୍ତୃହରି କଟକରୁ ୬ ଥର ସାଂସଦ ରହିଥିଲାବେଳେ,  ୧୯୯୮, ୧୯୯୯, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ କଟକ ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ । ସେହିପରି ସିଦ୍ଧାନ୍ତ ମହାପାତ୍ର ଦୁଇ ଥର ବିଜେଡି ଟିକେଟରେ ଜିତି ଲୋକସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୯ ଓ ୨୦୧୪ରେ ସେ ବ୍ରହ୍ମପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ।

Show More

ସମ୍ବନ୍ଧୀୟ ଖବର

Back to top button