
ଭୁବନେଶ୍ୱର/୦୭/୦୪ – ରାଜ୍ୟ ବିଜେପିକୁ ଆଉ ଏକ ଝଟକା । ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର। ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଇସ୍ତଫା ପତ୍ର ପୋଷ୍ଟ କରି ସେ ଏହି ସୂଚନା ଦେଇଛନ୍ତି। ବିଜେପି ରାଜ୍ୟ ସଭାପତିଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଥିବା ସୂଚନା ମିଳିଛି। ବିଜେପିର ଉପସଭାପତି ପଦରେ ରହିଥିଲେ ଲେଖାଶ୍ରୀ। ଆଜି ସେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିବା ଉଲ୍ଲେଖ କରିଛନ୍ତି ।
ଲେଖାଶ୍ରୀ ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି, ‘ଗତ ୧୦ ବର୍ଷ ଧରି ଭାରତୀୟ ଜନତା ପାର୍ଟିକୁ ମୋର ଝାଳ ଓ ରକ୍ତ ଦେଇଛି। ଶୃଙ୍ଖଳିତ ଭାବେ କଠିନ ପରିଶ୍ରମ କରିବା ସତ୍ତ୍ୱେ ଦଳୀୟ ନେତୃତ୍ୱଙ୍କ ଆସ୍ଥାଭାଜନ ହୋଇପାରିଲି ନାହିଁ। ତେଣୁ ଏଠାରେ ମୋର ଆଉ କିଛି କରିବାକୁ ବାକି ନାହିଁ ବୋଲି ମୁଁ ଅନୁଭବ କରୁଛି। ଓଡ଼ିଶାର ଲୋକଙ୍କ ସେବା କରିବା ପାଇଁ ମୋର ଯେଉଁ ଆଗ୍ରହ ରହିଛି ତାହା ବାଧାପ୍ରାପ୍ତ ହୋଇଛି। ଏତେ ବର୍ଷ ଧରି ଦଳ କାମ କରିବାର ସୁଯୋଗ ଦେଇଥିବାରୁ ଧନ୍ୟବାଦ’।
କୁହାଯାଉଛି, ଲେଖାଶ୍ରୀ ସାମନ୍ତସିଂହାର କନ୍ଧମାଳ ଲୋକସଭା ଆସନରୁ ନିର୍ବାଚନ ଲଢିବା ପାଇଁ ଆଶାୟୀ ଥିଲେ, କିନ୍ତୁ କନ୍ଧମାଳ ଲୋକସଭା ଆସନ ପାଇଁ ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ନାଁ ଘୋଷଣା କରିଥିଲା ବିଜେପି ।
